10ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ୍ଗଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ।
11ଏଉତ୍ତାରେ ଗିଦିୟୋନ୍ ନୋବହ ଓ ଯଗ୍ବିହର ପୂର୍ବ ଦିଗରେ ତମ୍ବୁ ନିବାସୀମାନଙ୍କ ପଥ ଦେଇ ଉଠିଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।
12ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ।
13ତହୁଁ ଯୋୟାଶ୍ର ପୁତ୍ର ଗିଦିୟୋନ୍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ।
14ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା।