ବିଚାରକର୍ତ୍ତା 8

ତହୁଁ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ।

Judges 8:13 (UKJV) And Gideon the son of Joash returned from battle before the sun was up,

11ଏଉତ୍ତାରେ ଗିଦିୟୋନ୍‍ ନୋବହ ଓ ଯଗ୍‍ବିହର ପୂର୍ବ ଦିଗରେ ତମ୍ବୁ ନିବାସୀମାନଙ୍କ ପଥ ଦେଇ ଉଠିଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।

12ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍‍ବିଗ୍ନ କଲେ।

13ତହୁଁ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ।

14ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା।

15ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, “ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ‘ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ?’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.