13ତହୁଁ ଯୋୟାଶ୍ର ପୁତ୍ର ଗିଦିୟୋନ୍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ।
14ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା।
15ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, “ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ‘ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ?’”
16ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ୱାରା ସୁକ୍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ।
17ପୁଣି ସେ ପନୂୟେଲ ଗଡ଼ ଭାଙ୍ଗି ପକାଇଲେ ଓ ନଗରସ୍ଥ ଲୋକମାନଙ୍କୁ ବଧ କଲେ।