16ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ୱାରା ସୁକ୍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ।
17ପୁଣି ସେ ପନୂୟେଲ ଗଡ଼ ଭାଙ୍ଗି ପକାଇଲେ ଓ ନଗରସ୍ଥ ଲୋକମାନଙ୍କୁ ବଧ କଲେ।
18ଆଉ ସେ ସେବହକୁ ଓ ସଲମୁନ୍ନକୁ କହିଲେ, “ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କି ପ୍ରକାର ଲୋକ?” ତହିଁରେ ସେମାନେ ଉତ୍ତର କଲେ, “ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।”
19ତେବେ ସେ କହିଲେ, “ସେମାନେ ତ ମୋହର ଭାଇ, ମୋʼ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାʼନ୍ତ ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ।”
20ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, “ଉଠ, ସେମାନଙ୍କୁ ବଧ କର,” ମାତ୍ର ସେ ଯୁବା ଆପଣା ଖଡ୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା।