ବିଚାରକର୍ତ୍ତା 8

ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, “ଉଠ, ସେମାନଙ୍କୁ ବଧ କର,” ମାତ୍ର ସେ ଯୁବା ଆପଣା ଖଡ୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା।

Judges 8:20 (UKJV) And he said unto Jether his firstborn, Up, and slay them. But the youth drew not his sword: for he feared, because he was yet a youth.

18ଆଉ ସେ ସେବହକୁ ଓ ସଲମୁନ୍ନକୁ କହିଲେ, “ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କି ପ୍ରକାର ଲୋକ?” ତହିଁରେ ସେମାନେ ଉତ୍ତର କଲେ, “ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।”

19ତେବେ ସେ କହିଲେ, “ସେମାନେ ତ ମୋହର ଭାଇ, ମୋʼ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାʼନ୍ତ ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ।”

20ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, “ଉଠ, ସେମାନଙ୍କୁ ବଧ କର,” ମାତ୍ର ସେ ଯୁବା ଆପଣା ଖଡ୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା।

21ତହିଁରେ ସେବହ ଓ ସଲମୁନ୍ନ କହିଲେ, “ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ।” ଏଉତ୍ତାରେ ଗିଦିୟୋନ୍‍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।

22ଏଥିଉତ୍ତାରେ ଇସ୍ରାଏଲ ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.