ବିଚାରକର୍ତ୍ତା 8

ତହିଁରେ ସେମାନେ ଉତ୍ତର କଲେ, “ଆମ୍ଭେମାନେ ତାହା ଅବଶ୍ୟ ଦେବୁ।” ପୁଣି ସେମାନେ ବସ୍ତ୍ର ବିଛାଇ ପ୍ରତ୍ୟେକେ ତହିଁ ମଧ୍ୟରେ ଆପଣା ଆପଣା ଲୁଟିତ ନଥ ପକାଇଲେ।

Judges 8:25 (UKJV) And they answered, We will willingly give them. And they spread a garment, and did cast therein every man the earrings of his prey.

23ତହିଁରେ ଗିଦିୟୋନ୍‍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବି ନାହିଁ, କିଅବା ମୋʼ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।”

24ପୁଣି ଗିଦିୟୋନ୍‍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ।” କାରଣ ସେମାନେ ଇଶ୍ମାୟେଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା।

25ତହିଁରେ ସେମାନେ ଉତ୍ତର କଲେ, “ଆମ୍ଭେମାନେ ତାହା ଅବଶ୍ୟ ଦେବୁ।” ପୁଣି ସେମାନେ ବସ୍ତ୍ର ବିଛାଇ ପ୍ରତ୍ୟେକେ ତହିଁ ମଧ୍ୟରେ ଆପଣା ଆପଣା ଲୁଟିତ ନଥ ପକାଇଲେ।

26ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।

27ତହୁଁ ଗିଦିୟୋନ୍‍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍‍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍‍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ୱରୂପ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.