ବିଚାରକର୍ତ୍ତା 8

ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।

Judges 8:26 (UKJV) And the weight of the golden earrings that he requested was a thousand and seven hundred shekels of gold; beside ornaments, and collars, and purple raiment that was on the kings of Midian, and beside the chains that were about their camels' necks.

24ପୁଣି ଗିଦିୟୋନ୍‍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ।” କାରଣ ସେମାନେ ଇଶ୍ମାୟେଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା।

25ତହିଁରେ ସେମାନେ ଉତ୍ତର କଲେ, “ଆମ୍ଭେମାନେ ତାହା ଅବଶ୍ୟ ଦେବୁ।” ପୁଣି ସେମାନେ ବସ୍ତ୍ର ବିଛାଇ ପ୍ରତ୍ୟେକେ ତହିଁ ମଧ୍ୟରେ ଆପଣା ଆପଣା ଲୁଟିତ ନଥ ପକାଇଲେ।

26ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।

27ତହୁଁ ଗିଦିୟୋନ୍‍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍‍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍‍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ୱରୂପ ହେଲା।

28ଏହିରୂପେ ମିଦୀୟନ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍‍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.