ବିଚାରକର୍ତ୍ତା 8

ଏଥିଉତ୍ତାରେ ଯୋୟାଶ୍‍ର ପୁତ୍ର ଯିରୁବ୍ବାଲ୍‍ ଯାଇ ତାଙ୍କ ନିଜ ଗୃହରେ ବାସ କଲେ।

Judges 8:29 (UKJV) And Jerubbaal the son of Joash went and dwelt in his own house.

27ତହୁଁ ଗିଦିୟୋନ୍‍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍‍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍‍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ୱରୂପ ହେଲା।

28ଏହିରୂପେ ମିଦୀୟନ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍‍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା।

29ଏଥିଉତ୍ତାରେ ଯୋୟାଶ୍‍ର ପୁତ୍ର ଯିରୁବ୍ବାଲ୍‍ ଯାଇ ତାଙ୍କ ନିଜ ଗୃହରେ ବାସ କଲେ।

30ସେହି ଗିଦିୟୋନ୍‍ର ଔରସଜାତ ସତୁରି ଜଣ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ।

31ପୁଣି ଶିଖିମରେ ତାଙ୍କର ଯେଉଁ ଉପପତ୍ନୀ ଥିଲା, ସେ ମଧ୍ୟ ତାଙ୍କର ଏକ ପୁତ୍ର ଜନ୍ମ କଲା, ତହିଁରେ ସେ ତାହାର ନାମ ଅବୀମେଲକ୍‍ ରଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.