29ଏଥିଉତ୍ତାରେ ଯୋୟାଶ୍ର ପୁତ୍ର ଯିରୁବ୍ବାଲ୍ ଯାଇ ତାଙ୍କ ନିଜ ଗୃହରେ ବାସ କଲେ।
30ସେହି ଗିଦିୟୋନ୍ର ଔରସଜାତ ସତୁରି ଜଣ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ।
31ପୁଣି ଶିଖିମରେ ତାଙ୍କର ଯେଉଁ ଉପପତ୍ନୀ ଥିଲା, ସେ ମଧ୍ୟ ତାଙ୍କର ଏକ ପୁତ୍ର ଜନ୍ମ କଲା, ତହିଁରେ ସେ ତାହାର ନାମ ଅବୀମେଲକ୍ ରଖିଲେ।
32ଏଥିଉତ୍ତାରେ ଯୋୟାଶ୍ର ପୁତ୍ର ଗିଦିୟୋନ୍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶ୍ର କବରରେ କବର ପାଇଲେ।
33ଏଥିଉତ୍ତାରେ ଗିଦିୟୋନ୍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ।