ବିଚାରକର୍ତ୍ତା 8

ଏଥିଉତ୍ତାରେ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶ୍‍ର କବରରେ କବର ପାଇଲେ।

Judges 8:32 (UKJV) And Gideon the son of Joash died in a good old age, and was buried in the tomb of Joash his father, in Ophrah of the Abiezrites.

30ସେହି ଗିଦିୟୋନ୍‍ର ଔରସଜାତ ସତୁରି ଜଣ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ।

31ପୁଣି ଶିଖିମରେ ତାଙ୍କର ଯେଉଁ ଉପପତ୍ନୀ ଥିଲା, ସେ ମଧ୍ୟ ତାଙ୍କର ଏକ ପୁତ୍ର ଜନ୍ମ କଲା, ତହିଁରେ ସେ ତାହାର ନାମ ଅବୀମେଲକ୍‍ ରଖିଲେ।

32ଏଥିଉତ୍ତାରେ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶ୍‍ର କବରରେ କବର ପାଇଲେ।

33ଏଥିଉତ୍ତାରେ ଗିଦିୟୋନ୍‍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍‍ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍‍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ।

34ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ-ସନ୍ତାନଗଣକୁ ରକ୍ଷା କରିଥିଲେ ଯେଉଁ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.