33ଏଥିଉତ୍ତାରେ ଗିଦିୟୋନ୍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ।
34ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ-ସନ୍ତାନଗଣକୁ ରକ୍ଷା କରିଥିଲେ ଯେଉଁ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ।
35କିଅବା ଯିରୁବ୍ବାଲ୍, ଅର୍ଥାତ୍, ଗିଦିୟୋନ୍ ଇସ୍ରାଏଲ ପ୍ରତି ଯେରୂପ ସଦୟ ହୋଇଥିଲେ, ସେମାନେ ତଦନୁସାରେ ତାଙ୍କର ବଂଶ ପ୍ରତି ଦୟା ବ୍ୟବହାର କଲେ ନାହିଁ।