2ଏଥିରେ ସେ ସେମାନଙ୍କୁ କହିଲେ, “ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?
3ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍ ଓ ସେବ୍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି?” ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା।
4ଏଉତ୍ତାରେ ଗିଦିୟୋନ୍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳାନ୍ତ ହେଲେ ହେଁ ପଛେ ପଛେ ଗୋଡ଼ାଉଥାଆନ୍ତି।
5ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, “ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୁଟି ଦିଅ; କାରଣ ସେମାନେ କ୍ଳାନ୍ତ ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି।”
6ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, “ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୁଟି ଦେବୁ?”