ବିଚାରକର୍ତ୍ତା 8

ତହିଁରେ ଗିଦିୟୋନ୍‍ କହିଲେ, “ଏସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋʼ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ୱାରା ତୁମ୍ଭମାନଙ୍କ ମାଂସ ଚିରିବି।”

Judges 8:7 (UKJV) And Gideon said, Therefore when the LORD has delivered Zebah and Zalmunna into mine hand, then I will tear your flesh with the thorns of the wilderness and with briers.

5ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, “ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍‍ଗାମୀ ଲୋକମାନଙ୍କୁ ରୁଟି ଦିଅ; କାରଣ ସେମାନେ କ୍ଳାନ୍ତ ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି।”

6ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, “ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୁଟି ଦେବୁ?”

7ତହିଁରେ ଗିଦିୟୋନ୍‍ କହିଲେ, “ଏସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋʼ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ୱାରା ତୁମ୍ଭମାନଙ୍କ ମାଂସ ଚିରିବି।”

8ତହୁଁ ସେ ସେଠାରୁ ପନୂୟେଲକୁ ଉଠିଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ।

9ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, “ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.