ବିଚାରକର୍ତ୍ତା 8

ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, “ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି।”

Judges 8:9 (UKJV) And he spoke also unto the men of Penuel, saying, When I come again in peace, I will break down this tower.

7ତହିଁରେ ଗିଦିୟୋନ୍‍ କହିଲେ, “ଏସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋʼ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ୱାରା ତୁମ୍ଭମାନଙ୍କ ମାଂସ ଚିରିବି।”

8ତହୁଁ ସେ ସେଠାରୁ ପନୂୟେଲକୁ ଉଠିଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ।

9ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, “ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି।”

10ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ୍ଗଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ।

11ଏଉତ୍ତାରେ ଗିଦିୟୋନ୍‍ ନୋବହ ଓ ଯଗ୍‍ବିହର ପୂର୍ବ ଦିଗରେ ତମ୍ବୁ ନିବାସୀମାନଙ୍କ ପଥ ଦେଇ ଉଠିଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.