10ତହୁଁ ବୃକ୍ଷମାନେ ଡିମ୍ବିରିବୃକ୍ଷକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’
11ମାତ୍ର ଡିମ୍ବିରିବୃକ୍ଷ ସେମାନଙ୍କୁ କହିଲା, ‘ମୁଁ କି ଆପଣା ମିଷ୍ଟତା ଓ ଉତ୍ତମ ଫଳ ତ୍ୟାଗ କରି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?’
12ଏଉତ୍ତାରେ ବୃକ୍ଷମାନେ ଦ୍ରାକ୍ଷାଲତାକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’
13ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ୱରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?
14ତହୁଁ ବୃକ୍ଷଯାକ କଣ୍ଟକଲତାକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’