14ତହୁଁ ବୃକ୍ଷଯାକ କଣ୍ଟକଲତାକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’
15ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ‘ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।’
16ଏବେ ତୁମ୍ଭେମାନେ ଅବୀମେଲକ୍କୁ ରାଜା କରିବାରେ ଯେବେ ସତ୍ୟ ଓ ସରଳ ବ୍ୟବହାର କରିଥାଅ ଓ ଯିରୁବ୍ବାଲ୍ ଓ ତାଙ୍କ ବଂଶ ପ୍ରତି ଭଲ ବ୍ୟବହାର କରିଥାଅ ଓ ତାଙ୍କର ହସ୍ତକୃତ କର୍ମାନୁସାରେ ତାଙ୍କ ପ୍ରତି ବ୍ୟବହାର କରିଥାଅ, (ତେବେ ଉତ୍ତମ);
17କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦୀୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ;
18ମାତ୍ର ତୁମ୍ଭେମାନେ ଆଜି ମୋର ପିତୃଗୃହ ବିରୁଦ୍ଧରେ ଉଠିଅଛ ଓ ତାଙ୍କର ସତୁରି ପୁତ୍ରଙ୍କୁ ଏକ ପ୍ରସ୍ତର ଉପରେ ବଧ କରିଅଛ ଓ ତାଙ୍କ ଦାସୀପୁତ୍ର ଅବୀମେଲକ୍ ତୁମ୍ଭମାନଙ୍କ ଭାଇ ହେବା ସକାଶୁ ତାହାକୁ ଶିଖିମ ନିବାସୀ ଲୋକମାନଙ୍କ ଉପରେ ରାଜା କରିଅଛ।