ବିଚାରକର୍ତ୍ତା 9

ମାତ୍ର ତୁମ୍ଭେମାନେ ଆଜି ମୋର ପିତୃଗୃହ ବିରୁଦ୍ଧରେ ଉଠିଅଛ ଓ ତାଙ୍କର ସତୁରି ପୁତ୍ରଙ୍କୁ ଏକ ପ୍ରସ୍ତର ଉପରେ ବଧ କରିଅଛ ଓ ତାଙ୍କ ଦାସୀପୁତ୍ର ଅବୀମେଲକ୍‍ ତୁମ୍ଭମାନଙ୍କ ଭାଇ ହେବା ସକାଶୁ ତାହାକୁ ଶିଖିମ ନିବାସୀ ଲୋକମାନଙ୍କ ଉପରେ ରାଜା କରିଅଛ।

Judges 9:18 (UKJV) And all of you are risen up against my father's house this day, and have slain his sons, threescore and ten persons, upon one stone, and have made Abimelech, the son of his maidservant, king over the men of Shechem, because he is your brother;)

16ଏବେ ତୁମ୍ଭେମାନେ ଅବୀମେଲକ୍‍କୁ ରାଜା କରିବାରେ ଯେବେ ସତ୍ୟ ଓ ସରଳ ବ୍ୟବହାର କରିଥାଅ ଓ ଯିରୁବ୍ବାଲ୍‍ ଓ ତାଙ୍କ ବଂଶ ପ୍ରତି ଭଲ ବ୍ୟବହାର କରିଥାଅ ଓ ତାଙ୍କର ହସ୍ତକୃତ କର୍ମାନୁସାରେ ତାଙ୍କ ପ୍ରତି ବ୍ୟବହାର କରିଥାଅ, (ତେବେ ଉତ୍ତମ);

17କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦୀୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ;

18ମାତ୍ର ତୁମ୍ଭେମାନେ ଆଜି ମୋର ପିତୃଗୃହ ବିରୁଦ୍ଧରେ ଉଠିଅଛ ଓ ତାଙ୍କର ସତୁରି ପୁତ୍ରଙ୍କୁ ଏକ ପ୍ରସ୍ତର ଉପରେ ବଧ କରିଅଛ ଓ ତାଙ୍କ ଦାସୀପୁତ୍ର ଅବୀମେଲକ୍‍ ତୁମ୍ଭମାନଙ୍କ ଭାଇ ହେବା ସକାଶୁ ତାହାକୁ ଶିଖିମ ନିବାସୀ ଲୋକମାନଙ୍କ ଉପରେ ରାଜା କରିଅଛ।

19ଏହେତୁ ଯେବେ ଆଜି ତୁମ୍ଭେମାନେ ଯିରୁବ୍ବାଲ୍‍ ଓ ତାଙ୍କର ବଂଶ ସଙ୍ଗେ ସତ୍ୟ ଓ ସରଳ ବ୍ୟବହାର କରିଥାଅ, ତେବେ ଅବୀମେଲକ୍‍କୁ ଘେନି ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ଘେନି ଆନନ୍ଦ କରୁ।

20ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍‍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍‍କୁ ଗ୍ରାସ କରୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.