18ମାତ୍ର ତୁମ୍ଭେମାନେ ଆଜି ମୋର ପିତୃଗୃହ ବିରୁଦ୍ଧରେ ଉଠିଅଛ ଓ ତାଙ୍କର ସତୁରି ପୁତ୍ରଙ୍କୁ ଏକ ପ୍ରସ୍ତର ଉପରେ ବଧ କରିଅଛ ଓ ତାଙ୍କ ଦାସୀପୁତ୍ର ଅବୀମେଲକ୍ ତୁମ୍ଭମାନଙ୍କ ଭାଇ ହେବା ସକାଶୁ ତାହାକୁ ଶିଖିମ ନିବାସୀ ଲୋକମାନଙ୍କ ଉପରେ ରାଜା କରିଅଛ।
19ଏହେତୁ ଯେବେ ଆଜି ତୁମ୍ଭେମାନେ ଯିରୁବ୍ବାଲ୍ ଓ ତାଙ୍କର ବଂଶ ସଙ୍ଗେ ସତ୍ୟ ଓ ସରଳ ବ୍ୟବହାର କରିଥାଅ, ତେବେ ଅବୀମେଲକ୍କୁ ଘେନି ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ଘେନି ଆନନ୍ଦ କରୁ।
20ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍କୁ ଗ୍ରାସ କରୁ।”
21ଏଉତ୍ତାରେ ଯୋଥମ୍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍ ଭୟରେ ବେରରେ ଯାଇ ବାସ କଲା।
22ଏଥିଉତ୍ତାରେ ଅବୀମେଲକ୍ ଇସ୍ରାଏଲ ଉପରେ ତିନି ବର୍ଷ ଅଧିପତି ହେଲା।