20ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍କୁ ଗ୍ରାସ କରୁ।”
21ଏଉତ୍ତାରେ ଯୋଥମ୍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍ ଭୟରେ ବେରରେ ଯାଇ ବାସ କଲା।
22ଏଥିଉତ୍ତାରେ ଅବୀମେଲକ୍ ଇସ୍ରାଏଲ ଉପରେ ତିନି ବର୍ଷ ଅଧିପତି ହେଲା।
23ପରମେଶ୍ୱର ଅବୀମେଲକ୍ ଓ ଶିଖିମ ନିବାସୀ ଲୋକମାନଙ୍କ ମଧ୍ୟରେ ମନ୍ଦ ଆତ୍ମା ପଠାଇଲେ, ତହିଁରେ ଶିଖିମ ନିବାସୀ ଲୋକମାନେ ଅବୀମେଲକ୍ ପ୍ରତି ବିଶ୍ୱାସଘାତକତା କଲେ,
24ଯେପରି ଯିରୁବ୍ବାଲ୍ର ସତୁରି ପୁତ୍ରଙ୍କ ପ୍ରତି ନିଷ୍ଠୁରତାର ପ୍ରତିଫଳ ଘଟେ ଓ ସେମାନଙ୍କୁ ବଧ କରିଥିଲା ଯେ ସେମାନଙ୍କ ଭାଇ ଅବୀମେଲକ୍ ଉପରେ ଏବଂ ଭାଇମାନଙ୍କୁ ବଧ କରିବାରେ ତାହାର ସାହାଯ୍ୟକାରୀ ଶିଖିମ ନିବାସୀ ଲୋକଙ୍କ ଉପରେ ସେହି ରକ୍ତପାତର ଅପରାଧ ବର୍ତ୍ତେ।