ବିଚାରକର୍ତ୍ତା 9

ପରମେଶ୍ୱର ଅବୀମେଲକ୍‍ ଓ ଶିଖିମ ନିବାସୀ ଲୋକମାନଙ୍କ ମଧ୍ୟରେ ମନ୍ଦ ଆତ୍ମା ପଠାଇଲେ, ତହିଁରେ ଶିଖିମ ନିବାସୀ ଲୋକମାନେ ଅବୀମେଲକ୍‍ ପ୍ରତି ବିଶ୍ୱାସଘାତକତା କଲେ,

Judges 9:23 (UKJV) Then God sent an evil spirit between Abimelech and the men of Shechem; and the men of Shechem dealt treacherously with Abimelech:

21ଏଉତ୍ତାରେ ଯୋଥମ୍‍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍‍ ଭୟରେ ବେରରେ ଯାଇ ବାସ କଲା।

22ଏଥିଉତ୍ତାରେ ଅବୀମେଲକ୍‍ ଇସ୍ରାଏଲ ଉପରେ ତିନି ବର୍ଷ ଅଧିପତି ହେଲା।

23ପରମେଶ୍ୱର ଅବୀମେଲକ୍‍ ଓ ଶିଖିମ ନିବାସୀ ଲୋକମାନଙ୍କ ମଧ୍ୟରେ ମନ୍ଦ ଆତ୍ମା ପଠାଇଲେ, ତହିଁରେ ଶିଖିମ ନିବାସୀ ଲୋକମାନେ ଅବୀମେଲକ୍‍ ପ୍ରତି ବିଶ୍ୱାସଘାତକତା କଲେ,

24ଯେପରି ଯିରୁବ୍ବାଲ୍‍ର ସତୁରି ପୁତ୍ରଙ୍କ ପ୍ରତି ନିଷ୍ଠୁରତାର ପ୍ରତିଫଳ ଘଟେ ଓ ସେମାନଙ୍କୁ ବଧ କରିଥିଲା ଯେ ସେମାନଙ୍କ ଭାଇ ଅବୀମେଲକ୍‍ ଉପରେ ଏବଂ ଭାଇମାନଙ୍କୁ ବଧ କରିବାରେ ତାହାର ସାହାଯ୍ୟକାରୀ ଶିଖିମ ନିବାସୀ ଲୋକଙ୍କ ଉପରେ ସେହି ରକ୍ତପାତର ଅପରାଧ ବର୍ତ୍ତେ।

25ଆଉ ଶିଖିମ ନିବାସୀ ଲୋକଗଣ ତାହା ଲାଗି ପର୍ବତ ଶୃଙ୍ଗମାନଙ୍କରେ ଲୋକମାନଙ୍କୁ ଗୋପନରେ ଛକି ବସାଇଲେ, ତହିଁରେ ସେମାନଙ୍କ ନିକଟ ଦେଇ ସେହି ବାଟେ ଯାହା କିଛି ଗଲା, ତାହାସବୁ ସେମାନେ ଲୁଟ କଲେ; ପୁଣି ଅବୀମେଲକ୍‍ ତହିଁର ସମ୍ବାଦ ପାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.