24ଯେପରି ଯିରୁବ୍ବାଲ୍ର ସତୁରି ପୁତ୍ରଙ୍କ ପ୍ରତି ନିଷ୍ଠୁରତାର ପ୍ରତିଫଳ ଘଟେ ଓ ସେମାନଙ୍କୁ ବଧ କରିଥିଲା ଯେ ସେମାନଙ୍କ ଭାଇ ଅବୀମେଲକ୍ ଉପରେ ଏବଂ ଭାଇମାନଙ୍କୁ ବଧ କରିବାରେ ତାହାର ସାହାଯ୍ୟକାରୀ ଶିଖିମ ନିବାସୀ ଲୋକଙ୍କ ଉପରେ ସେହି ରକ୍ତପାତର ଅପରାଧ ବର୍ତ୍ତେ।
25ଆଉ ଶିଖିମ ନିବାସୀ ଲୋକଗଣ ତାହା ଲାଗି ପର୍ବତ ଶୃଙ୍ଗମାନଙ୍କରେ ଲୋକମାନଙ୍କୁ ଗୋପନରେ ଛକି ବସାଇଲେ, ତହିଁରେ ସେମାନଙ୍କ ନିକଟ ଦେଇ ସେହି ବାଟେ ଯାହା କିଛି ଗଲା, ତାହାସବୁ ସେମାନେ ଲୁଟ କଲେ; ପୁଣି ଅବୀମେଲକ୍ ତହିଁର ସମ୍ବାଦ ପାଇଲା।
26ଏଥିଉତ୍ତାରେ ଏବଦର ପୁତ୍ର ଗାଲ୍ ଆପଣା ଭାଇମାନଙ୍କୁ ସଙ୍ଗେ ନେଇ ଶିଖିମକୁ ଗଲା, ପୁଣି ଶିଖିମ ନିବାସୀ ଲୋକମାନେ ତାହା ଉପରେ ନିର୍ଭର ରଖିଲେ।
27ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍କୁ ଶାପ ଦେଲେ।
28ତହିଁରେ ଏବଦର ପୁତ୍ର ଗାଲ୍ କହିଲା, “ଅବୀମେଲକ୍ କିଏ ଓ ଶିଖିମ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ? ସେ କି ଯିରୁବ୍ବାଲ୍ର ପୁତ୍ର ନୁହେଁ? ଓ ସବୂଲ୍ କି ତାହାର ସେନାପତି ନୁହେଁ? ତୁମ୍ଭେମାନେ ଶିଖିମର ପିତା ହମୋରର ଲୋକମାନଙ୍କୁ ସେବା କର, ମାତ୍ର କାହିଁକି ଆମ୍ଭେମାନେ ତାହାର ସେବା କରିବୁ?