ବିଚାରକର୍ତ୍ତା 9

ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍‍କୁ ଶାପ ଦେଲେ।

Judges 9:27 (UKJV) And they went out into the fields, and gathered their vineyards, and trode the grapes, and made merry, and went into the house of their god, and did eat and drink, and cursed Abimelech.

25ଆଉ ଶିଖିମ ନିବାସୀ ଲୋକଗଣ ତାହା ଲାଗି ପର୍ବତ ଶୃଙ୍ଗମାନଙ୍କରେ ଲୋକମାନଙ୍କୁ ଗୋପନରେ ଛକି ବସାଇଲେ, ତହିଁରେ ସେମାନଙ୍କ ନିକଟ ଦେଇ ସେହି ବାଟେ ଯାହା କିଛି ଗଲା, ତାହାସବୁ ସେମାନେ ଲୁଟ କଲେ; ପୁଣି ଅବୀମେଲକ୍‍ ତହିଁର ସମ୍ବାଦ ପାଇଲା।

26ଏଥିଉତ୍ତାରେ ଏବଦର ପୁତ୍ର ଗାଲ୍‍ ଆପଣା ଭାଇମାନଙ୍କୁ ସଙ୍ଗେ ନେଇ ଶିଖିମକୁ ଗଲା, ପୁଣି ଶିଖିମ ନିବାସୀ ଲୋକମାନେ ତାହା ଉପରେ ନିର୍ଭର ରଖିଲେ।

27ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍‍କୁ ଶାପ ଦେଲେ।

28ତହିଁରେ ଏବଦର ପୁତ୍ର ଗାଲ୍‍ କହିଲା, “ଅବୀମେଲକ୍‍ କିଏ ଓ ଶିଖିମ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ? ସେ କି ଯିରୁବ୍ବାଲ୍‍ର ପୁତ୍ର ନୁହେଁ? ଓ ସବୂଲ୍‍ କି ତାହାର ସେନାପତି ନୁହେଁ? ତୁମ୍ଭେମାନେ ଶିଖିମର ପିତା ହମୋରର ଲୋକମାନଙ୍କୁ ସେବା କର, ମାତ୍ର କାହିଁକି ଆମ୍ଭେମାନେ ତାହାର ସେବା କରିବୁ?

29ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ! ତେବେ ଆମ୍ଭେ ଅବୀମେଲକ୍‍କୁ ଦୂର କରି ଦିଅନ୍ତୁ।” ପୁଣି ସେ ଅବୀମେଲକ୍‍କୁ ଲକ୍ଷ୍ୟ କରି କହିଲା, “ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.