ବିଚାରକର୍ତ୍ତା 9

ଏହେତୁ ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଲୋକମାନେ ରାତ୍ରିରେ ଉଠି କ୍ଷେତ୍ରରେ ଛକି ବସ।

Judges 9:32 (UKJV) Now therefore up by night, you and the people that is with you, and lie in wait in the field:

30ଏବଦର ପୁତ୍ର ଗାଲ୍‍ର ଏ କଥା ନଗରର ଅଧିପତି ସବୂଲ୍‍ ଶୁଣନ୍ତେ, ତାହାର କ୍ରୋଧ ପ୍ରଜ୍ୱଳିତ ହେଲା।

31ପୁଣି ସେ ଛଳରେ ଅବୀମେଲକ୍‍ ନିକଟକୁ ଦୂତମାନଙ୍କୁ ପଠାଇ କହିଲା, “ଦେଖ, ଏବଦର ପୁତ୍ର ଗାଲ୍‍ ଓ ତାହାର ଭାଇମାନେ ଶିଖିମକୁ ଆସିଅଛନ୍ତି; ଆଉ ଦେଖ, ସେମାନେ ତୁମ୍ଭ ବିରୁଦ୍ଧରେ ନଗରରେ କୁପ୍ରବୃତ୍ତି ଦେଉଅଛନ୍ତି।

32ଏହେତୁ ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଲୋକମାନେ ରାତ୍ରିରେ ଉଠି କ୍ଷେତ୍ରରେ ଛକି ବସ।

33ପୁଣି ସକାଳେ ସୂର୍ଯ୍ୟୋଦୟ ହେବାମାତ୍ର ଚଞ୍ଚଳ ଉଠି ନଗର ଆକ୍ରମଣ କରିବ; ତହିଁରେ ଦେଖ, ସେ ଓ ତାହାର ସଙ୍ଗୀ ଲୋକମାନେ ତୁମ୍ଭ ବିରୁଦ୍ଧରେ ବାହାର ହୋଇ ଆସିଲେ ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କରିବ।”

34ଏଥିରେ ଅବୀମେଲକ୍‍ ଓ ତାହାର ସଙ୍ଗୀ ସମସ୍ତେ ରାତ୍ରିରେ ଉଠି ଚାରିଦଳ ହୋଇ ଶିଖିମ ବିରୁଦ୍ଧରେ ଛକି ବସିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.