ବିଚାରକର୍ତ୍ତା 9

ପୁଣି ଏବଦର ପୁତ୍ର ଗାଲ୍‍ ବାହାରେ ଯାଇ ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହେଲା; ଆଉ ଅବୀମେଲକ୍‍ ଓ ତାହାର ସଙ୍ଗୀ ଲୋକମାନେ ଛକିବା ସ୍ଥାନରୁ ଉଠିଲେ।

Judges 9:35 (UKJV) And Gaal the son of Ebed went out, and stood in the entering of the gate of the city: and Abimelech rose up, and the people that were with him, from lying in wait.

33ପୁଣି ସକାଳେ ସୂର୍ଯ୍ୟୋଦୟ ହେବାମାତ୍ର ଚଞ୍ଚଳ ଉଠି ନଗର ଆକ୍ରମଣ କରିବ; ତହିଁରେ ଦେଖ, ସେ ଓ ତାହାର ସଙ୍ଗୀ ଲୋକମାନେ ତୁମ୍ଭ ବିରୁଦ୍ଧରେ ବାହାର ହୋଇ ଆସିଲେ ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କରିବ।”

34ଏଥିରେ ଅବୀମେଲକ୍‍ ଓ ତାହାର ସଙ୍ଗୀ ସମସ୍ତେ ରାତ୍ରିରେ ଉଠି ଚାରିଦଳ ହୋଇ ଶିଖିମ ବିରୁଦ୍ଧରେ ଛକି ବସିଲେ।

35ପୁଣି ଏବଦର ପୁତ୍ର ଗାଲ୍‍ ବାହାରେ ଯାଇ ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହେଲା; ଆଉ ଅବୀମେଲକ୍‍ ଓ ତାହାର ସଙ୍ଗୀ ଲୋକମାନେ ଛକିବା ସ୍ଥାନରୁ ଉଠିଲେ।

36ଆଉ ଗାଲ୍‍ ଲୋକମାନଙ୍କୁ ଦେଖନ୍ତେ, ସେ ସବୂଲ୍‍କୁ କହିଲା, “ଦେଖ, ପର୍ବତ ଶିଖରରୁ ଲୋକମାନେ ଓହ୍ଲାଇ ଆସୁଅଛନ୍ତି। ତହିଁରେ ସବୂଲ୍‍ ତାହାକୁ କହିଲା, ପର୍ବତର ଛାୟା ତୁମ୍ଭକୁ ମନୁଷ୍ୟ ପରି ଦିଶୁଅଛି।”

37ଏଥିଉତ୍ତାରେ ଗାଲ୍‍ ପୁନର୍ବାର କହିଲା, “ଦେଖ, ଲୋକମାନେ ଦେଶ ମଧ୍ୟଦେଇ ଓହ୍ଲାଇ ଆସୁଅଛନ୍ତି, ଆଉ ଏକ ଦଳ ମିଓନିନିମ ଅଲୋନ ବୃକ୍ଷର ପଥ ଦେଇ ଆସୁଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.