ବିଚାରକର୍ତ୍ତା 9

ଏଥିରେ ଗାଲ୍‍ ଶିଖିମ ନିବାସୀ ଲୋକଗଣ ସମ୍ମୁଖରେ ବାହାର ହୋଇ ଅବୀମେଲକ୍‍ ସଙ୍ଗରେ ଯୁଦ୍ଧ କଲା।

Judges 9:39 (UKJV) And Gaal went out before the men of Shechem, and fought with Abimelech.

37ଏଥିଉତ୍ତାରେ ଗାଲ୍‍ ପୁନର୍ବାର କହିଲା, “ଦେଖ, ଲୋକମାନେ ଦେଶ ମଧ୍ୟଦେଇ ଓହ୍ଲାଇ ଆସୁଅଛନ୍ତି, ଆଉ ଏକ ଦଳ ମିଓନିନିମ ଅଲୋନ ବୃକ୍ଷର ପଥ ଦେଇ ଆସୁଅଛନ୍ତି।”

38ତହୁଁ ସବୂଲ୍‍ ତାହାକୁ କହିଲା, ତୁମ୍ଭେ ଯେ କହିଥିଲ, “ଅବୀମେଲକ୍‍ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ, ତୁମ୍ଭର ସେହି ମୁହଁଟି ଏବେ କାହିଁ? ତୁମ୍ଭେ କି ଏହି ଲୋକମାନଙ୍କୁ ତୁଚ୍ଛ କରି ନ ଥିଲ? ତେଣୁ, ଏବେ ବାହାରି ସେମାନଙ୍କ ସଙ୍ଗେ ଯୁଦ୍ଧ କର?”

39ଏଥିରେ ଗାଲ୍‍ ଶିଖିମ ନିବାସୀ ଲୋକଗଣ ସମ୍ମୁଖରେ ବାହାର ହୋଇ ଅବୀମେଲକ୍‍ ସଙ୍ଗରେ ଯୁଦ୍ଧ କଲା।

40ତହିଁରେ ଅବୀମେଲକ୍‍ ତାହାକୁ ଗୋଡ଼ାନ୍ତେ, ସେ ତାହା ସମ୍ମୁଖରୁ ପଳାଇଲା ଓ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଅନେକେ ହତ ହୋଇ ପଡ଼ିଲେ।

41ଏଉତ୍ତାରେ ଅବୀମେଲକ୍‍ ଅରୁମାରେ ରହିଲା; ପୁଣି ସବୂଲ୍‍ ଗାଲ୍‍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.