ବିଚାରକର୍ତ୍ତା 9

ପୁଣି ସେମାନେ ତାହାକୁ ବାଲ୍‍-ବରୀତର ମନ୍ଦିରରୁ ସତୁରି ଖଣ୍ଡ ରୂପା ଦେଲେ, ତହିଁରେ ଅବୀମେଲକ୍‍ ବେତନ ଦେଇ ଅଦରକାରୀ ଓ ଦୁଃସାହସୀ ଲୋକମାନଙ୍କୁ ରଖିଲା, ସେମାନେ ତାହାର ପଶ୍ଚାଦ୍‍ଗାମୀ ହେଲେ।

Judges 9:4 (UKJV) And they gave him threescore and ten pieces of silver out of the house of Baalberith, wherewith Abimelech hired vain and light persons, which followed him.

2“ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍‍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ‘ତୁମ୍ଭମାନଙ୍କ ପକ୍ଷରେ କି ଭଲ?’ ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ।”

3ତହିଁରେ ତାହାର ମାତାର ଭାଇମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ ତାହାର ପକ୍ଷରେ ଏସବୁ କଥା କହନ୍ତେ, ଅବୀମେଲକ୍‍ର ପଶ୍ଚାଦ୍‍ଗାମୀ ହେବାକୁ ସେମାନଙ୍କ ମନ ମଙ୍ଗିଲା; କାରଣ ସେମାନେ କହିଲେ, ସେ ଆମ୍ଭମାନଙ୍କର ଭାଇ।

4ପୁଣି ସେମାନେ ତାହାକୁ ବାଲ୍‍-ବରୀତର ମନ୍ଦିରରୁ ସତୁରି ଖଣ୍ଡ ରୂପା ଦେଲେ, ତହିଁରେ ଅବୀମେଲକ୍‍ ବେତନ ଦେଇ ଅଦରକାରୀ ଓ ଦୁଃସାହସୀ ଲୋକମାନଙ୍କୁ ରଖିଲା, ସେମାନେ ତାହାର ପଶ୍ଚାଦ୍‍ଗାମୀ ହେଲେ।

5ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍‍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍‍ର କନିଷ୍ଠ ପୁତ୍ର ଯୋଥମ୍‍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା।

6ପୁଣି, ଶିଖିମ ନିବାସୀ ଲୋକମାନେ ଓ ମିଲ୍ଲୋ ନିବାସୀ ସମସ୍ତେ ଏକତ୍ରିତ ହୋଇଯାଇ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନ ବୃକ୍ଷ ମୂଳରେ ଅବୀମେଲକ୍‍କୁ ରାଜା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.