39ଏଥିରେ ଗାଲ୍ ଶିଖିମ ନିବାସୀ ଲୋକଗଣ ସମ୍ମୁଖରେ ବାହାର ହୋଇ ଅବୀମେଲକ୍ ସଙ୍ଗରେ ଯୁଦ୍ଧ କଲା।
40ତହିଁରେ ଅବୀମେଲକ୍ ତାହାକୁ ଗୋଡ଼ାନ୍ତେ, ସେ ତାହା ସମ୍ମୁଖରୁ ପଳାଇଲା ଓ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଅନେକେ ହତ ହୋଇ ପଡ଼ିଲେ।
41ଏଉତ୍ତାରେ ଅବୀମେଲକ୍ ଅରୁମାରେ ରହିଲା; ପୁଣି ସବୂଲ୍ ଗାଲ୍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ।
42ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯାଆନ୍ତେ, କେହି ଜଣେ ଅବୀମେଲକ୍କୁ ସମ୍ବାଦ ଦେଲା।
43ତେଣୁ ସେ ଲୋକ ନେଇ ତିନି ଦଳ କରି କ୍ଷେତ୍ର ମଧ୍ୟରେ ଛକି ବସିଲା; ପୁଣି ସେ ଅନାଇଲା ଯେ, ଦେଖ, ଲୋକମାନେ ନଗରରୁ ବାହାରି ଆସୁଅଛନ୍ତି; ତହିଁରେ ସେ ସେମାନଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ଆଘାତ କଲା।