ବିଚାରକର୍ତ୍ତା 9

ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯାଆନ୍ତେ, କେହି ଜଣେ ଅବୀମେଲକ୍‍କୁ ସମ୍ବାଦ ଦେଲା।

Judges 9:42 (UKJV) And it came to pass on the next day, that the people went out into the field; and they told Abimelech.

40ତହିଁରେ ଅବୀମେଲକ୍‍ ତାହାକୁ ଗୋଡ଼ାନ୍ତେ, ସେ ତାହା ସମ୍ମୁଖରୁ ପଳାଇଲା ଓ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଅନେକେ ହତ ହୋଇ ପଡ଼ିଲେ।

41ଏଉତ୍ତାରେ ଅବୀମେଲକ୍‍ ଅରୁମାରେ ରହିଲା; ପୁଣି ସବୂଲ୍‍ ଗାଲ୍‍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ।

42ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯାଆନ୍ତେ, କେହି ଜଣେ ଅବୀମେଲକ୍‍କୁ ସମ୍ବାଦ ଦେଲା।

43ତେଣୁ ସେ ଲୋକ ନେଇ ତିନି ଦଳ କରି କ୍ଷେତ୍ର ମଧ୍ୟରେ ଛକି ବସିଲା; ପୁଣି ସେ ଅନାଇଲା ଯେ, ଦେଖ, ଲୋକମାନେ ନଗରରୁ ବାହାରି ଆସୁଅଛନ୍ତି; ତହିଁରେ ସେ ସେମାନଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ଆଘାତ କଲା।

44ପୁଣି ଅବୀମେଲକ୍‍ ଓ ତାହାର ସଙ୍ଗୀଦଳ ଶୀଘ୍ର ଆକ୍ରମଣ କରି ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହୋଇ ରହିଲେ ଓ ଅନ୍ୟ ଦୁଇ ଦଳ କ୍ଷେତ୍ରସ୍ଥିତ ସମସ୍ତ ଲୋକଙ୍କୁ ଆକ୍ରମଣ କରି ବଧ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.