42ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯାଆନ୍ତେ, କେହି ଜଣେ ଅବୀମେଲକ୍କୁ ସମ୍ବାଦ ଦେଲା।
43ତେଣୁ ସେ ଲୋକ ନେଇ ତିନି ଦଳ କରି କ୍ଷେତ୍ର ମଧ୍ୟରେ ଛକି ବସିଲା; ପୁଣି ସେ ଅନାଇଲା ଯେ, ଦେଖ, ଲୋକମାନେ ନଗରରୁ ବାହାରି ଆସୁଅଛନ୍ତି; ତହିଁରେ ସେ ସେମାନଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ଆଘାତ କଲା।
44ପୁଣି ଅବୀମେଲକ୍ ଓ ତାହାର ସଙ୍ଗୀଦଳ ଶୀଘ୍ର ଆକ୍ରମଣ କରି ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହୋଇ ରହିଲେ ଓ ଅନ୍ୟ ଦୁଇ ଦଳ କ୍ଷେତ୍ରସ୍ଥିତ ସମସ୍ତ ଲୋକଙ୍କୁ ଆକ୍ରମଣ କରି ବଧ କଲେ।
45ପୁଣି ଅବୀମେଲକ୍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା।
46ଏଥିଉତ୍ତାରେ ଶିଖିମ ଗଡ଼ସ୍ଥିତ ଲୋକଗଣ ଏ କଥା ଶୁଣି ଏଲ୍-ବରୀତ୍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ।