ବିଚାରକର୍ତ୍ତା 9

ପୁଣି ଅବୀମେଲକ୍‍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା।

Judges 9:45 (UKJV) And Abimelech fought against the city all that day; and he took the city, and slew the people that was therein, and beat down the city, and sowed it with salt.

43ତେଣୁ ସେ ଲୋକ ନେଇ ତିନି ଦଳ କରି କ୍ଷେତ୍ର ମଧ୍ୟରେ ଛକି ବସିଲା; ପୁଣି ସେ ଅନାଇଲା ଯେ, ଦେଖ, ଲୋକମାନେ ନଗରରୁ ବାହାରି ଆସୁଅଛନ୍ତି; ତହିଁରେ ସେ ସେମାନଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ଆଘାତ କଲା।

44ପୁଣି ଅବୀମେଲକ୍‍ ଓ ତାହାର ସଙ୍ଗୀଦଳ ଶୀଘ୍ର ଆକ୍ରମଣ କରି ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହୋଇ ରହିଲେ ଓ ଅନ୍ୟ ଦୁଇ ଦଳ କ୍ଷେତ୍ରସ୍ଥିତ ସମସ୍ତ ଲୋକଙ୍କୁ ଆକ୍ରମଣ କରି ବଧ କଲେ।

45ପୁଣି ଅବୀମେଲକ୍‍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା।

46ଏଥିଉତ୍ତାରେ ଶିଖିମ ଗଡ଼ସ୍ଥିତ ଲୋକଗଣ ଏ କଥା ଶୁଣି ଏଲ୍‍-ବରୀତ୍‍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ।

47ପୁଣି ଶିଖିମ ଗଡ଼ର ଲୋକମାନେ ଏକତ୍ରିତ ହୋଇଅଛନ୍ତି, ଏ କଥା ଅବୀମେଲକ୍‍ର କର୍ଣ୍ଣଗୋଚର ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.