44ପୁଣି ଅବୀମେଲକ୍ ଓ ତାହାର ସଙ୍ଗୀଦଳ ଶୀଘ୍ର ଆକ୍ରମଣ କରି ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହୋଇ ରହିଲେ ଓ ଅନ୍ୟ ଦୁଇ ଦଳ କ୍ଷେତ୍ରସ୍ଥିତ ସମସ୍ତ ଲୋକଙ୍କୁ ଆକ୍ରମଣ କରି ବଧ କଲେ।
45ପୁଣି ଅବୀମେଲକ୍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା।
46ଏଥିଉତ୍ତାରେ ଶିଖିମ ଗଡ଼ସ୍ଥିତ ଲୋକଗଣ ଏ କଥା ଶୁଣି ଏଲ୍-ବରୀତ୍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ।
47ପୁଣି ଶିଖିମ ଗଡ଼ର ଲୋକମାନେ ଏକତ୍ରିତ ହୋଇଅଛନ୍ତି, ଏ କଥା ଅବୀମେଲକ୍ର କର୍ଣ୍ଣଗୋଚର ହେଲା।
48ତହିଁରେ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକ ସମସ୍ତେ ସଲମୋନ୍ ପର୍ବତକୁ ଉଠିଗଲେ ଓ ଅବୀମେଲକ୍ ହାତରେ କୁହ୍ରାଡ଼ି ଘେନି ବୃକ୍ଷରୁ ଖଣ୍ଡିଏ ଡାଳ ହାଣିଲା ଓ ତାହା ଉଠାଇ ଆପଣା କାନ୍ଧରେ ରଖିଲା; ଆଉ ଆପଣା ସଙ୍ଗୀମାନଙ୍କୁ କହିଲା, “ତୁମ୍ଭେମାନେ ମୋତେ ଯାହା କରିବାର ଦେଖିଲ, ତାହା ଶୀଘ୍ର କର ଓ ମୁଁ ଯେପରି କଲି, ସେପରି କର;”