ବିଚାରକର୍ତ୍ତା 9

ପୁଣି ଶିଖିମ ଗଡ଼ର ଲୋକମାନେ ଏକତ୍ରିତ ହୋଇଅଛନ୍ତି, ଏ କଥା ଅବୀମେଲକ୍‍ର କର୍ଣ୍ଣଗୋଚର ହେଲା।

Judges 9:47 (UKJV) And it was told Abimelech, that all the men of the tower of Shechem were gathered together.

45ପୁଣି ଅବୀମେଲକ୍‍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା।

46ଏଥିଉତ୍ତାରେ ଶିଖିମ ଗଡ଼ସ୍ଥିତ ଲୋକଗଣ ଏ କଥା ଶୁଣି ଏଲ୍‍-ବରୀତ୍‍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ।

47ପୁଣି ଶିଖିମ ଗଡ଼ର ଲୋକମାନେ ଏକତ୍ରିତ ହୋଇଅଛନ୍ତି, ଏ କଥା ଅବୀମେଲକ୍‍ର କର୍ଣ୍ଣଗୋଚର ହେଲା।

48ତହିଁରେ ଅବୀମେଲକ୍‍ ଓ ତାହାର ସଙ୍ଗୀ ଲୋକ ସମସ୍ତେ ସଲମୋନ୍‍ ପର୍ବତକୁ ଉଠିଗଲେ ଓ ଅବୀମେଲକ୍‍ ହାତରେ କୁହ୍ରାଡ଼ି ଘେନି ବୃକ୍ଷରୁ ଖଣ୍ଡିଏ ଡାଳ ହାଣିଲା ଓ ତାହା ଉଠାଇ ଆପଣା କାନ୍ଧରେ ରଖିଲା; ଆଉ ଆପଣା ସଙ୍ଗୀମାନଙ୍କୁ କହିଲା, “ତୁମ୍ଭେମାନେ ମୋତେ ଯାହା କରିବାର ଦେଖିଲ, ତାହା ଶୀଘ୍ର କର ଓ ମୁଁ ଯେପରି କଲି, ସେପରି କର;”

49ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍‍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀ ପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.