ବିଚାରକର୍ତ୍ତା 9

ଏଉତ୍ତାରେ ଅବୀମେଲକ୍‍ ତେବେସକୁ ଗଲା ଓ ତେବସ ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କଲା।

Judges 9:50 (UKJV) Then went Abimelech to Thebez, and encamped against Thebez, and took it.

48ତହିଁରେ ଅବୀମେଲକ୍‍ ଓ ତାହାର ସଙ୍ଗୀ ଲୋକ ସମସ୍ତେ ସଲମୋନ୍‍ ପର୍ବତକୁ ଉଠିଗଲେ ଓ ଅବୀମେଲକ୍‍ ହାତରେ କୁହ୍ରାଡ଼ି ଘେନି ବୃକ୍ଷରୁ ଖଣ୍ଡିଏ ଡାଳ ହାଣିଲା ଓ ତାହା ଉଠାଇ ଆପଣା କାନ୍ଧରେ ରଖିଲା; ଆଉ ଆପଣା ସଙ୍ଗୀମାନଙ୍କୁ କହିଲା, “ତୁମ୍ଭେମାନେ ମୋତେ ଯାହା କରିବାର ଦେଖିଲ, ତାହା ଶୀଘ୍ର କର ଓ ମୁଁ ଯେପରି କଲି, ସେପରି କର;”

49ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍‍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀ ପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ।

50ଏଉତ୍ତାରେ ଅବୀମେଲକ୍‍ ତେବେସକୁ ଗଲା ଓ ତେବସ ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କଲା।

51ମାତ୍ର ସେହି ନଗର ଭିତରେ ଗୋଟିଏ ଦୃଢ଼ ଗଡ଼ ଥିଲା; ଏଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗରର ଲୋକମାନେ ସେସ୍ଥାନକୁ ପଳାଇ ତହିଁ ଭିତରେ ଆପଣାମାନଙ୍କୁ ରୁଦ୍ଧ କରି ଗଡ଼ର ଛାତ ଉପରକୁ ଗଲେ।

52ତହୁଁ ଅବୀମେଲକ୍‍ ସେହି ଗଡ଼କୁ ଆସି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ଓ ତାହା ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ଗଡ଼ଦ୍ୱାରର ଅତି ନିକଟକୁ ଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.