49ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀ ପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ।
50ଏଉତ୍ତାରେ ଅବୀମେଲକ୍ ତେବେସକୁ ଗଲା ଓ ତେବସ ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କଲା।
51ମାତ୍ର ସେହି ନଗର ଭିତରେ ଗୋଟିଏ ଦୃଢ଼ ଗଡ଼ ଥିଲା; ଏଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗରର ଲୋକମାନେ ସେସ୍ଥାନକୁ ପଳାଇ ତହିଁ ଭିତରେ ଆପଣାମାନଙ୍କୁ ରୁଦ୍ଧ କରି ଗଡ଼ର ଛାତ ଉପରକୁ ଗଲେ।
52ତହୁଁ ଅବୀମେଲକ୍ ସେହି ଗଡ଼କୁ ଆସି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ଓ ତାହା ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ଗଡ଼ଦ୍ୱାରର ଅତି ନିକଟକୁ ଗଲା।
53ତହିଁରେ ଜଣେ ସ୍ତ୍ରୀ ଚକିର ଉପର-ପଟ ଅବୀମେଲକ୍ର ମୁଣ୍ଡ ଉପରକୁ ପକାଇ ତାହାର ଖପୁରି ଭାଙ୍ଗି ପକାଇଲା।