51ମାତ୍ର ସେହି ନଗର ଭିତରେ ଗୋଟିଏ ଦୃଢ଼ ଗଡ଼ ଥିଲା; ଏଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗରର ଲୋକମାନେ ସେସ୍ଥାନକୁ ପଳାଇ ତହିଁ ଭିତରେ ଆପଣାମାନଙ୍କୁ ରୁଦ୍ଧ କରି ଗଡ଼ର ଛାତ ଉପରକୁ ଗଲେ।
52ତହୁଁ ଅବୀମେଲକ୍ ସେହି ଗଡ଼କୁ ଆସି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ଓ ତାହା ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ଗଡ଼ଦ୍ୱାରର ଅତି ନିକଟକୁ ଗଲା।
53ତହିଁରେ ଜଣେ ସ୍ତ୍ରୀ ଚକିର ଉପର-ପଟ ଅବୀମେଲକ୍ର ମୁଣ୍ଡ ଉପରକୁ ପକାଇ ତାହାର ଖପୁରି ଭାଙ୍ଗି ପକାଇଲା।
54ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, “ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ‘ଜଣେ ସ୍ତ୍ରୀ ତାହାକୁ ବଧ କଲା।’” ତହିଁରେ ତାହାର ଯୁବା ଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା।
55ତହିଁରେ ଇସ୍ରାଏଲ ଲୋକମାନେ ଅବୀମେଲକ୍ର ମରଣ ଦେଖି ପ୍ରତ୍ୟେକେ ଆପଣା ଆପଣା ସ୍ଥାନକୁ ଚାଲିଗଲେ।