52ତହୁଁ ଅବୀମେଲକ୍ ସେହି ଗଡ଼କୁ ଆସି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ଓ ତାହା ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ଗଡ଼ଦ୍ୱାରର ଅତି ନିକଟକୁ ଗଲା।
53ତହିଁରେ ଜଣେ ସ୍ତ୍ରୀ ଚକିର ଉପର-ପଟ ଅବୀମେଲକ୍ର ମୁଣ୍ଡ ଉପରକୁ ପକାଇ ତାହାର ଖପୁରି ଭାଙ୍ଗି ପକାଇଲା।
54ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, “ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ‘ଜଣେ ସ୍ତ୍ରୀ ତାହାକୁ ବଧ କଲା।’” ତହିଁରେ ତାହାର ଯୁବା ଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା।
55ତହିଁରେ ଇସ୍ରାଏଲ ଲୋକମାନେ ଅବୀମେଲକ୍ର ମରଣ ଦେଖି ପ୍ରତ୍ୟେକେ ଆପଣା ଆପଣା ସ୍ଥାନକୁ ଚାଲିଗଲେ।
56ଏହିରୂପେ ଅବୀମେଲକ୍ ଆପଣାର ସତୁରି ଭାଇଙ୍କୁ ବଧ କରି ଆପଣା ପିତା ବିରୁଦ୍ଧରେ ଯେଉଁ ଦୁଷ୍କର୍ମ କରିଥିଲା, ପରମେଶ୍ୱର ତହିଁର ପ୍ରତିଫଳ ତାହାକୁ ଦେଲେ;