ବିଚାରକର୍ତ୍ତା 9

ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ‘ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର;’

Judges 9:8 (UKJV) The trees went forth on a time to anoint a king over them; and they said unto the olive tree, Reign you over us.

6ପୁଣି, ଶିଖିମ ନିବାସୀ ଲୋକମାନେ ଓ ମିଲ୍ଲୋ ନିବାସୀ ସମସ୍ତେ ଏକତ୍ରିତ ହୋଇଯାଇ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନ ବୃକ୍ଷ ମୂଳରେ ଅବୀମେଲକ୍‍କୁ ରାଜା କଲେ।

7ତହୁଁ ଲୋକମାନେ ଯୋଥମ୍‍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, “ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।

8ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ‘ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର;’

9ମାତ୍ର ଜୀତବୃକ୍ଷ ସେମାନଙ୍କୁ କହିଲା, ‘ମୋହର ଯେଉଁ ତୈଳ ଘେନି ଲୋକମାନେ ମୋʼ ଦ୍ୱାରା ପରମେଶ୍ୱରଙ୍କର ଓ ମନୁଷ୍ୟର ଗୌରବ କରନ୍ତି, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?’

10ତହୁଁ ବୃକ୍ଷମାନେ ଡିମ୍ବିରିବୃକ୍ଷକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.