ବିଳାପ 1

ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।

Lamentations 1:12 (UKJV) Is it nothing to you, all you that pass by? behold, and see if there be any sorrow like unto my sorrow, which is done unto me, wherewith the LORD has afflicted me in the day of his fierce anger.

10ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।

11ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।

12ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।

13ସେ ଊର୍ଦ୍ଧ୍ୱରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇ ଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନସାରା ମୂର୍ଚ୍ଛିତ କରିଅଛନ୍ତି।

14ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.