ବିଳାପ 1

ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋʼ ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।

Lamentations 1:16 (UKJV) For these things I weep; mine eye, mine eye runs down with water, because the comforter that should relieve my soul is far from me: my children are desolate, because the enemy prevailed.

14ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।

15ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନା କରିଅଛନ୍ତି; ସେ ମୋʼ ଯୁବକଗଣକୁ ଦଳି ପକାଇବା ପାଇଁ ମୋʼ ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।

16ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋʼ ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।

17ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି।

18ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.