16ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋʼ ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।
17ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି।
18ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।
19ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।
20ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋʼ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।