ବିଳାପ 1

ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞାଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।

Lamentations 1:22 (UKJV) Let all their wickedness come before you; and do unto them, as you have done unto me for all my transgressions: for my sighs are many, and my heart is faint.

20ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋʼ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।

21ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋʼ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।

22ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞାଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.