ବିଳାପ 1

ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।

Lamentations 1:5 (UKJV) Her adversaries are the chief, her enemies prosper; for the LORD has afflicted her for the multitude of her transgressions: her children are gone into captivity before the enemy.

3ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।

4ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।

5ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।

6ସିୟୋନ କନ୍ୟାର ଦୀପ୍ତି ତାହାଠାରୁ ଯାଇଅଛି। ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି।

7ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବକାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.