ବିଳାପ 1

ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।

Lamentations 1:9 (UKJV) Her filthiness is in her skirts; she remembers not her last end; therefore she came down wonderfully: she had no comforter. O LORD, behold my affliction: for the enemy has magnified himself.

7ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବକାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।

8ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେମାନେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।

9ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।

10ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।

11ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.