1ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
2ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।
3ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।