8ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକ ସମୟରେ ନିସ୍ତେଜ ହୋଇଅଛନ୍ତି।
9ତାହାର ନଗରଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ।
10ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।
11ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
12ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୂର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।