9ତାହାର ନଗରଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ।
10ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।
11ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
12ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୂର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।
13ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରିପାରେ?