ବିଳାପ 2

ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରିପାରେ?

Lamentations 2:13 (UKJV) What thing shall I take to witness for you? what thing shall I liken to you, O daughter of Jerusalem? what shall I equal to you, that I may comfort you, O virgin daughter of Zion? for your breach is great like the sea: who can heal you?

11ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।

12ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୂର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।

13ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରିପାରେ?

14ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।

15ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; ସେମାନେ ଶୀସ୍‍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.