ବିଳାପ 2

ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।

Lamentations 2:17 (UKJV) The LORD has done that which he had devised; he has fulfilled his word that he had commanded in the days of old: he has thrown down, and has not pitied: and he has caused yours enemy to rejoice over you, he has set up the horn of yours adversaries.

15ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; ସେମାନେ ଶୀସ୍‍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି?

16ତୁମ୍ଭର ଶତ୍ରୁ ସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି; ସେମାନେ ଶୀସ୍‍ ଦିଅନ୍ତି ଓ ଦନ୍ତ କଡ଼ମଡ଼ କରନ୍ତି; ସେମାନେ କହନ୍ତି, ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଅଛୁ, ଆମ୍ଭେମାନେ ତାହା ଦେଖିଅଛୁ।

17ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।

18ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।

19ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.