ବିଳାପ 2

ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।

Lamentations 2:21 (UKJV) The young and the old lie on the ground in the streets: my virgins and my young men are fallen by the sword; you have slain them in the day of yours anger; you have killed, and not pitied.

19ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।

20ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?

21ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।

22ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.