20ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?
21ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।
22ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।